Odisha Link
Bridging the Missing Links in Odisha

ଆସନ୍ତା ୫ ଦିନ ଯାଏଁ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଆଗାମୀ ୫ଦିନ ଯାଏ ବର୍ଷା ହେବା ନେଇ ଅନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି। କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ମଧ୍ୟ ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିଭଳି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.