Odisha Link
Bridging the Missing Links in Odisha

ଦିନକରେ ୧୮୩୩ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ବର୍ତ୍ତମାନ ଟେଷ୍ଟିଂ, ଟ୍ରାକିଂ ସହ ଟିକାକରଣକୁ ଗୁରୁତ୍ବ ଦିଆଯାଉଛି। ଏସବୁମ ଧ୍ୟରେ ରାଜ୍ୟରେ ଦିନକରେ ଚିହ୍ନଟ ହୋଇଛନ୍ତି ୧୮୩୩ ନୂଆ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ୧୦୬୨ ଜଣ କ୍ବାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୭୧ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସବୁକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୭ ହଜାର ୫୪୮ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୭ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୯ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୮୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୪୩ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୬୧ଜଣ, ଯାଜପୁର ଜିଲ୍ଲାରୁ ୧୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ ରହିଛନ୍ତି।

ସେହିପରି କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୦ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୧୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ପୁରୀ ଜିଲ୍ଲାରୁ ୧୩୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍‌ରୁ ୯୪ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯,୬୩,୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯,୨୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯,୩୯,୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.