Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୬୩୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୮୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୦ଜଣ, ବାଲେଶ୍ୱର ଜିଲ୍ଲାରୁ ୫୭ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୭୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୨୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮୫ଜଣ, ଯାଜପୁର ଜିଲ୍ଲାରୁ ୮୦ଜଣ ରହିଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୭୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୫୦ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନାଗିରି ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୩୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୭୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୧ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୯୧୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୮୩୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୪୫୧୭୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୫୬୫୬୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.