Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁସଂଖ୍ୟା: ଆଉ ୬୨ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୨ଜଣ ରହିଛନ୍ତି। ସେହିପରି ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୯୧୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮୩୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୪୫୧୭୭ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୭୪ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.