Odisha Link
Bridging the Missing Links in Odisha

କରୋନା କଟକଣାକୁ ଫୁ, ଭୋଜି ଖାଇଲେ ଶହ ଶହ ଲୋକ

ବ୍ରହ୍ମପୁର: ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏସବୁ ମଧ୍ୟରେ କରୋନା କଟକଣାକୁ .ଫୁ କରିଛନ୍ତି ଖୋଦ ନେତା। ଶାସକ ଦଳର ବିଧାୟକଙ୍କ ବିରୋଧରେ ଆସିଛି ଏଭଳି ଗୁରୁତର ଅଭିଯୋଗ।

ଗଞ୍ଜାମ ଜିଲ୍ଲା ସୋରଡ଼ା ବିଜେଡି ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ତାଙ୍କ ବାପାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଭୋଜିର ଆୟୋଜନ କରିଥିଲେ। ଏହି ଭିଡିଓ ଏବେ ଭାଇରାଲ ହୋଇଛି। ତେବେ ଏଥିରେ ଅଜସ୍ର ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ହଜାର ହଜାର ଲୋକଙ୍କ ପାଇଁ ରନ୍ଧା ଯାଇଥିଲା ଖାଦ୍ୟ।

ଏହି ଅବସରରେ ଏକ ରକ୍ତଦାନ ଶିବିରର ମଧ୍ୟ ଆୟୋଜନ ମଧ୍ୟ ହୋଇଥିଲା। କରୋନା ମହାମାରୀ ସ୍ଥିତିରେ ସୀମିତ ସଂଖ୍ୟକ ଲୋକଙ୍କୁ ନେଇ କାର୍ଯ୍ୟକ୍ରମର ଆୟୋଜନ ଲାଗି ନିୟମ ଥିବାବେଳେ ଏଠାରେ ଆଇନର ଉଲ୍ଲଂଘନ କରାଯାଇଛି। ରକ୍ତଦାନ ଶିବିରରେ ମଧ୍ୟ ଅନେକ ଲୋକ କୋଭିଡ୍ କଟକଣା ନମାନି ରକ୍ତଦାନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ତେବେ ଏ ନେଇ ବିଜେଡି ବିଧାୟକଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।