Odisha Link
Bridging the Missing Links in Odisha

କରୋନା: ୨୪ ଘଣ୍ଟାରେ ୧୬୨୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୬୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୯୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୪ଜଣ, ବାଲେଶ୍ୱର ଜିଲ୍ଲାରୁ ୯୩ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୭୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୬୦ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୯ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ଜଣ, ଯାଜପୁର ଜିଲ୍ଲାରୁ ୮୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ ରହିଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩୨ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୩୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୯୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ, ଷ୍ଟେଟ ପୁଲ୍‌ରୁ ୧୧୩ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୦୮୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୭୭୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୭୩୮୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୫୭୧୮୮୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.