Odisha Link
Bridging the Missing Links in Odisha

ରାଜ୍ୟରେ ଥମୁନି ମୃତ୍ୟୁସଂଖ୍ୟା, ଆଉ ୬୦ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୬୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼଼ ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ରହିଛନ୍ତି। ଅନୁଗୁଳ, କଟକ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର, ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି। ବୌଦ୍ଧ, ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨ଜଣ ରହିଛନ୍ତି। ସେହିପରି ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୦୮୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୭୭୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୭୩୮୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬୩୪ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.