Odisha Link
Bridging the Missing Links in Odisha

ଆସନ୍ତା ମାସରୁ ପିଲାଙ୍କୁ କୋଭିଡ୍ ଟିକା!

ନୂଆଦିଲ୍ଲୀ: ଦିନକୁ ଦିନ କରୋନା ସଂକ୍ରମଣ କମିବାରେ ଲାଗିଛି। ଏସବୁ ମଧ୍ୟରେ ଟିକାକରଣ ପ୍ରକ୍ରିୟାକୁ ଜୋରଦାର କରିଛନ୍ତି ସରକାର। ବର୍ତ୍ତମାନ ଦେଶରେ ୧୮ ବର୍ଷରୁ ଉର୍ଦ୍ଧ୍ବ ନାଗରିକଙ୍କୁ କରୋନା ଟିକା ଦିଆ ଯାଉଥିବା ବେଳେ ଆସନ୍ତା ମାସରୁ ୧୮ ବର୍ଷରୁ କମ୍‌ ବୟସର ପିଲାଙ୍କୁ ଟିକା ଦିଆଯିବ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା।

ରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ୍ ଟିକାର ପରୀକ୍ଷା ବର୍ତ୍ତମାନ ଚାଲିଛି। ଏହା ସଫଳ ହେଲେ ଯଥାଶୀଘ୍ର ୨ ରୁ ୧୭ ବର୍ଷ ପିଲାଙ୍କୁ ଟିକା ଦିଆଯିବ। ଆସନ୍ତା ମାସରୁ ଏହା ଆରମ୍ଭ ହୋଇପାରେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି।

ସୂଚନା ମୁତାବକ, ମେ’ ୧୨ରେ ଡିସିଜିଆଇ ଭାରତ ବାୟୋଟେକକୁ ଦୁଇ ବର୍ଷରୁ କମ୍ ପିଲାମାନଙ୍କ ଉପରେ କୋଭାକ୍ସିନର ଦ୍ୱିତୀୟ ପର୍ଯ୍ୟାୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷା କରିବାକୁ ଅନୁମତି ପ୍ରଦାନ କରିଥିଲା। ଏହା ପରେ ଜୁନ୍ ୭ରେ, ଦିଲ୍ଲୀ ଏମ୍ସରେ ୨ରୁ ୧୭ବର୍ଷ ବୟସର ପିଲାମାନଙ୍କୁ କୋଭିଡ -୧୯ ଟିକା ଦେବା ପାଇଁ ଭାରତ ବାୟୋଟେକ ପରୀକ୍ଷା ଆରମ୍ଭ କରିଥିଲା।

Leave A Reply

Your email address will not be published.