Odisha Link
Bridging the Missing Links in Odisha

୪ ଦିନ ଯାଏଁ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳ ଉପରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ଆଡ଼କୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଫ‌ଳରେ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ହେବ। ଏହାର ପ୍ରଭାବରେ ରାଜ୍ୟର ୬ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

କେନ୍ଦ୍ରର ସୂଚନା ମୁତାବକ, ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଜି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଜଗତସିଂହପୁର, କଟକ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ।

୨୯ ତାରିଖ ଦିନ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ। ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଝାରସୁଗୁଡ଼ା, ସୋନପୁର, ବରଗଡ଼ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୩୦ ତାରିଖ ଦିନ ମଧ୍ୟ ରାଜ୍ୟରେ ବର୍ଷା ଜାରି ରହିବ। କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.