ରାତି ଅଧରେ ବିଭତ୍ସ ହତ୍ୟାକାଣ୍ଡ, ଖଣ୍ଡ ଖଣ୍ଡ କରି ହାଣିଲେ ଦୁର୍ବୃତ୍ତ
ସମ୍ବଲପୁର: ରାତି ଅଧରେ ଯୁବକଙ୍କୁ ନିର୍ମମ ହତ୍ୟା। ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ। ଏପରି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ଧନୁପାଲି ଥାନା ଗୋବିନ୍ଦତୋଲା ଅଞ୍ଚଳରେ।
ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକଙ୍କ ନାଁ ଦୀପକ ଯାଦବ ବୋଲି ଜଣାପଡିଛି। ଦୁର୍ବୃତ୍ତମାନେ ମାରଣାସ୍ତ୍ର ସାହାଯ୍ୟରେ ଦୀପକଙ୍କୁ ଅତି ନିର୍ମମ ଭାବେ ଖଣ୍ଡ ଖଣ୍ଡ କରି ହାଣି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା।
ଘଟଣାସ୍ଥଳରେ ବନିତ ନାମକ ଆଉ ଜଣେ ଯୁବକ ମଧ୍ୟ ଗୁରୁତର ଭାବେ ଆହତ ହୋଇଛନ୍ତି। ଖବର ପାଇ ସ୍ଥାନୀୟ ଲୋକେ ପହଞ୍ଚି ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରିଛନ୍ତି। ହତ୍ୟାକାଣ୍ଡର କାରଣ ଜଣାପଡ଼ି ନ ତିବା ବେଳେ ପୂର୍ବ ଶତ୍ରୁତାରୁ ଏପରି କାଣ୍ଡ ଘଟାଥାଇପାରେ ବୋଲି ଅନୁମାନ କରାଯାଉଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ବେଳେ ଅଭିଯୁକ୍ତଙ୍କ ସୁରାଗ ପାଇପାରିନି।