Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁହାର: କରୋନା ନେଲା ଆଉ ୬୯ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୦୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ସର୍ବାଧିକ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୧୪ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୮ ଜଣ ରହିଛନ୍ତି । ଅନୁଗୁଳ ଓ କଟକରୁ ୬ ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର ଓ ପୁରୀରୁ ୫ ଜଣ ଲେଖାଏଁ , ବୌଦ୍ଧ ଓ ସମ୍ବଲପୁରରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକରୁ ୨ ଜଣ ରହିଥିବା ବେଳେ ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ଓ ନୟାଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୨୫୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୭୪୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୯୩୫୦ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୭୦୩ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.