Odisha Link
Bridging the Missing Links in Odisha

ବର୍ଷା ଆଶଙ୍କା, ୧୫ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବାରେ ଲାଗିଛି। ଏଥିସହ ଆଗାମୀ ୩ରୁ ୪ ଦିନ ମଧ୍ୟରେ ପଶ୍ଚିମ ଦିନରେ ଗତି ପଶ୍ଚିମବଙ୍ଗ, ବିହାର ଓ ଝାଡଖଣ୍ଡ ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉପକୂଳବର୍ତ୍ତୀ ଓ ଉତ୍ତର ଓଡ଼ିଶାର ୧୫ଟି ଜିଲ୍ଲା ୟେଲୋ ୱାର୍ଣ୍ଣିଂ କରାଯାଇଛି।

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସେହିଭଳି ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାର ଗୋଟିଏ କି ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Leave A Reply

Your email address will not be published.