Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁହାର: ଆଉ ୬୫ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି। ଅନୁଗୁଳ, ବଲାଙ୍ଗୀର , କଟକ, ଗଞ୍ଜାମ, ଯାଜପୁର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର , କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୪୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୭୨୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୧୦୪୯ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୭୬୮ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.