Odisha Link
Bridging the Missing Links in Odisha

୩୦ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓ୍ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ବର୍ତ୍ତମାନ ଏହା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ଆଡକୁ ଗତି କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାର ପ୍ରଭାବରେ ଓଡ଼ିଶାରେ ୩୦ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ମୁଖ୍ୟତଃ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ହେବ। କେତେକ ଜାଗାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୨୯ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜର ଗୋଟିଏ ଦୁଇଟି ଜାଗାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ଢେଙ୍କାନାଳରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ।

୩୦ ତାରିଖରେ ଉତ୍ତର ଓଡ଼ିଶାରେ ମୁଖ୍ୟତଃ ବର୍ଷା ସମ୍ଭାବନା ଅଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ଏବଂ ନୂଆପଡ଼ା, ବଲାଙ୍ଗିର, ସୋନପୁର, କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ। ୩୧ରେ ବର୍ଷା ପରିମାଣ କମିବ। ତଥାପି କେତେକ ଜାଗାରେ ବର୍ଷା ହେବ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨% କମ୍‌ ବର୍ଷା ହୋଇଛି। ୧୫ଜିଲ୍ଲାରେ ବର୍ଷା ନିଅଣ୍ଟିଆ ରହିଛି। ଯାଜପୁରରେ ସ୍ୱାଭାବିକଠାରୁ ୪୯% କମ୍‌ ବର୍ଷା ହୋଇଥିବାବେଳେ ଭଦ୍ରକରେ ୪୫% କମ୍‌ ବର୍ଷା ହୋଇଛି। ବଲାଙ୍ଗିରରେ ୪୧% ବର୍ଷା ନିଅଣ୍ଟିଆ ଥିବାବେଳେ ନବରଙ୍ଗପୁର, ଗଜପତି, ରାୟଗଡ଼ା, କଳାହାଣ୍ଡିରେ ୩୫ ପ୍ରତିଶତ ଲେଖାଏଁ ବର୍ଷା କମ୍‌ ରହିଛି।

Leave A Reply

Your email address will not be published.