Odisha Link
Bridging the Missing Links in Odisha

ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଆଇଏଏସ୍ ଅଶୋକ ମିନାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ପର୍ଯ୍ୟଟନ ଓ କ୍ରୀଡ଼ା ବିଭାଗ ପ୍ରମୁଖ ସଚିବ ବିଶାଳ ଦେବଙ୍କୁ ଅର୍ଥ ବିଭାଗ ପ୍ରମୁଖ ସଚିବ ଭାବେ ନୂଆ ନିଯୁକ୍ତି ମିଳିଛି।

ଅପରପକ୍ଷରେ ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବ ଥିବା ଡି.କେ ସିଂହଙ୍କୁ ଷ୍ଟିଲ୍ ଏବଂ ଖଣିଜ ସମ୍ପଦକ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି।ସେହିଭଳି ଷ୍ଟିଲ୍ ଏବଂ ଖଣିଜ ସମ୍ପଦ ବିଭାଗ ପ୍ରମୁଖ ସଚିବ ଥିବା ସୁରେନ୍ଦ୍ର କୁମାରଙ୍କୁ ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି।

ଏଥିସହ ପର୍ଯ୍ୟଟନ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ ସୁରେନ୍ଦ୍ର କୁମାର। ସେହିଭଳି ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଥିବା ଆର ଭିନେଲ୍‌କ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟପାର ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

Leave A Reply

Your email address will not be published.