Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ପୁରୀ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ବାଲେଶ୍ଵର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେଓଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୫୬୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୬୭୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୩୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୫୯୫୦୪୪୪ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.