Odisha Link
Bridging the Missing Links in Odisha

ଆଜି ପ୍ରକାଶ ପାଇବ ସିବିଏସଇ ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ: ଆଜି ପ୍ରକାଶ ପାଇବ ସିବିଏସଇ ଦ୍ୱାଦଶ ରେଜଲ୍ଟ। ଦିନ ୨ଟାରେ ରେଜଲ୍ଟ ପ୍ରକାଶ ପାଇବା http://cbseresults.nic.in ୱେବସାଇଟରେ ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ହୋଇନଥିଲା। କରୋନା ପାଇଁ ପରୀକ୍ଷା ବାତିଲ କରାଯାଇଥିଲା। ମାଟ୍ରିକ ଭଳି ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଯୁକ୍ତ ଦୁଇର ମୂଲ୍ୟାୟନ କରାଯାଇଛି।

ମାଟ୍ରିକ ପରୀକ୍ଷା ଫଳ ଓ ଯୁକ୍ତ ଦୁଇ ପ୍ରାକ୍ଟିସ ପରୀକ୍ଷା ଫଳ ଆଧାରରେ ମୂଲ୍ୟାୟନ କରାଯାଇଛି। ସିବିଏସଇର ପଦ୍ଧତିକୁ ବି ଅନୁସରଣ କରାଯାଇଛି। ସିବିଏସଇ ବୋର୍ଡର ଦ୍ୱାଦଶ ମାର୍କସିଟ୍ ପ୍ରସ୍ତୁତ କରିବାକୁ ନେଇ ଗଠିତ ୧୩ ଜଣିଆ କମିଟି ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କରିଥିଲା। ୩୦:୩୦:୪୦ ଅନୁପାତରେ ମାର୍କ ଦିଆଯିବ ବୋଲି ଜଣାଇଥିଲା ସିିବିଏସଇ।

ସିବିଏସଇ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ବିକଳ୍ପ ମୂଲ୍ୟାୟନ ପଦ୍ଧତି ପ୍ରସଙ୍ଗରେ ଦାଖଲ ହୋଇଥିବା ରିପୋର୍ଟ ମୁତାବକ, ଦଶମରୁ ୩୦%, ଏକାଦଶ ପ୍ରଦର୍ଶନରୁ ୩୦% ନମ୍ବର ଦିଆଯିବ। ଦଶମ ଓ ଏକାଦଶର ୩ଟି ଲେଖାଏଁ ବିଷୟର ସର୍ବାଧିକ ନମ୍ବର ବିଚାର ହେବ। ଦ୍ୱାଦଶ ଶ୍ରେଣୀ ୟୁନିଟ୍, ଟର୍ମ ଓ ପ୍ରାକ୍ଟିକାଲରୁ ୪୦% ନମ୍ବର ଦିଆଯିବ।

Leave A Reply

Your email address will not be published.