Odisha Link
Bridging the Missing Links in Odisha

୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ବର: ପଶ୍ଚିମବଙ୍ଗ ଆଖପାଖରେ ଥିବା ଓ୍ୱେଲମାର୍କ ଲୋ ପ୍ରେସର ପଶ୍ଚିମ ମୁହାଁ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗ ମୁହାଁ ହେବ। ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ବିଶେଷ କରି ଉତ୍ତର ଏବଂ ଉପକୂଳ ଓଡିଶାରେ ବର୍ଷା ଲାଗି ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଲଘୁଚାପର ପ୍ରଭାବ ଅଗଷ୍ଟ ୧ ତାରିଖ ସକାଳ ସାଢେ ୮ଟା ପର୍ଯନ୍ତ ରହିବ। ବର୍ଷା ପବନ ପାଇଁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।

ସେପଟେ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ୫୩୮ ମିଲିମିଟର ବର୍ଷା ରେକର୍ଡ ହେବା ବେଳେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୨୭.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ଠାରୁ ୨୧ ପ୍ରତିଶତ କମ୍ ବର୍ଷା। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୫ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୧୫ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୨ଟି ଜିଲ୍ଲା ଭଦ୍ରକ ଏବଂ ଯାଜପୁରରେ ୪୦ ରୁ କମ୍ ବର୍ଷା ହୋଇଛି।

Leave A Reply

Your email address will not be published.