ପ୍ରକାଶ ପାଇଲା +2 ବିଜ୍ଞାନ ଏବଂ ବାଣିଜ୍ୟ ରେଜଲ୍ଟ
![](https://www.odishalink.com/wp-content/uploads/2021/06/students.jpg)
ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ରେଜଲ୍ଟ। ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସାମ୍ବାଦିକ ସମ୍ମିଳନୀ ଜରିଆରେ ଫଳ ଘୋଷଣା କରିଛନ୍ତି। ବିଜ୍ଞାନରେ ଚଳିତବର୍ଷ ୯୫.୧୫ ପ୍ରତିଶତ ରେଜଲ୍ଟ ହୋଇଛି। ସେହିପରି ବାଣିଜ୍ୟରେ ମଧ୍ୟ ୯୪.୯୩ ପ୍ରତିଶତ ମାର୍କ ହୋଇଥିବା ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ।
ଚଳିତବର୍ଷ ବିଜ୍ଞାନରେ ମୋଟ ୮୯ ହଜାର ୯୯୧ ଜଣ ଛାତ୍ରଛାତ୍ରୀ ପାସ ହୋଇଛନ୍ତି। ଏଥି ମଧ୍ୟରୁ ୫୦୧୯୮ ଜଣ ଛାତ୍ର ରହିଥିବାବେଳେ ୩୯୭୫୩ ଜଣ ଛାତ୍ରୀ ରହିଛନ୍ତି। ସେହିପରି ସମୁଦାୟ ୫୫୪୬୮ ଜଣ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଅନ୍ୟପଟେ ବାଣିଜ୍ୟରେ ସମୁଦାୟ ୨୩ ହଜାର ୨୯୨ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଛନ୍ତି।
ରାତି ୮ଟାରେ chseodisha.nic.in ଏବଂ orissaresults.nicରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। କରୋନା ପାଇଁ ଏଥର ପରୀକ୍ଷା ହୋଇନଥିବା ବେଳେ ପୂର୍ବ ପରୀକ୍ଷା ଆଧାରରେ ପରୀକ୍ଷା ଫଳ ଘୋଷଣା କରାଯାଇଛି। ସେପଟେ ପରୀକ୍ଷା ଫଳରେ ସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀମାନେ ଅଫଲାଇନରେ ପରୀକ୍ଷା ଦେଇପାରିବେ।