Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁହାର: ଆଉ ୬୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ ରହିଛନ୍ତି। ସେହିପରି ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଯାଜପୁର, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୯୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୫୦୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୮୬୦୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦୩୩ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.