Odisha Link
Bridging the Missing Links in Odisha

ଆଜିଠୁ ହାଇକୋର୍ଟରେ ଲାଇଭ ଷ୍ଟ୍ରିମିଂ ଶୁଣାଣି ଆରମ୍ଭ

କଟକ: ଆଜିଠୁ ହାଇକୋର୍ଟରେ ମାମଲା ଶୁଶାଣିର ସିଧା ପ୍ରସାରଣ ଆରମ୍ଭ। ଏଥିପାଇଁ ଓଡିଶା ହାଇକୋର୍ଟ ପକ୍ଷରୁ ସ୍ୱତନ୍ତ୍ର ନିୟମାବଳୀ ପ୍ରଣୟନ କରାଯାଇଛି। ତେବେ ମାମଲା ଶୁଣାଣି ପ୍ରକ୍ରିୟାର ଲାଇଭ ଷ୍ଟ୍ରିମିଂ କରିବେ ହାଇକୋର୍ଟଙ୍କ ଦ୍ୱାରା ଅନୁମତିପ୍ରାପ୍ତ ବ୍ୟକ୍ତି।

ସିଧାପ୍ରସାରଣର ୱେବ ଲିଙ୍କ ହାଇକୋର୍ଟଙ୍କ ୱେବସାଇଟରେ ଏବଂ ସଂପୃକ୍ତ ଖଣ୍ଡପୀଠଙ୍କ କଜ୍ ଲିଷ୍ଟରେ ପ୍ରକାଶ ପାଇବ। କିନ୍ତୁ ପାରିବାରିକ ବିବାଦ, ଶିଶୁ ଓ ବାଳ ଅପରାଧ ସଂପର୍କିତ ମାମଲା, ପକ୍ସୋ ଆଇନ ଓ ଜୁଭେନାଇଲ ଜଷ୍ଟିସ ଆକ୍ଟ ସଂକ୍ରାନ୍ତୀୟ ମାମଲାର ସିଧା ପ୍ରସାରଣ ହୋଇପାରିବ ନାହିଁ ବୋଲି କୋର୍ଟ କହିଛନ୍ତି। ଜାତୀୟ ସୁରକ୍ଷା ସଂପର୍କିତ ମାମଲାକୁ ମଧ୍ୟ ଏଥିରୁ ବାଦ ଦିଆଯାଇଛି।