Odisha Link
Bridging the Missing Links in Odisha

ଓଏସଏସସି ଅଫିସ ସାମ୍ନାରେ ଛାତ୍ର କଂଗ୍ରେସ ଓ ପୁଲିସର ଧସ୍ତାଧସ୍ତି

ଭୁବନେଶ୍ୱର: ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ( ଓଏସଏସସି ) ଅଫିସ ସମ୍ମୁଖରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ। ଓଏସଏସସି ନିଯୁକ୍ତିର ତଦନ୍ତ ଦାବିରେ କମିଶନଙ୍କ ଅଫିସ ଆଗରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି। ଓଏସଏସସିଙ୍କ ପିଏସ ବିରଞ୍ଚି ସାହୁଙ୍କ ଘରେ ଭିଜିଲାନ୍ସ ରେଡ ପରେ ଚାକିରିରେ ଜାଲିଆତି ନେଇ ଉଠିଥିବା ଅଭିଯୋଗର ତଦନ୍ତ ଦାବିରେ ବିକ୍ଷୋଭ ବେଳେ କମିଶନଙ୍କ ଅଫିସରେ ଧସେଇ ପଶିବା ବେଳେ ଛାତ୍ର କଂଗ୍ରେସ କର୍ମୀଙ୍କ ସହ ପୁଲିସର ଧସ୍ତାଧସ୍ତି ହୋଇଛି।

ସୂଚନାଯୋଗ୍ୟ, ଶୁକ୍ରବାର (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଥିଲା। ଏହି ସମୟରେ ତାଙ୍କ ଘରୁ ୩ କୋଟି ୭୯ ଲକ୍ଷ ଟଙ୍କା ଟଙ୍କା ମୂଲ୍ୟର ସ୍ଥାବର-ଅସ୍ଥାବର ସମ୍ପତ୍ତି ଠାବ ହୋଇଥିଲା। ସ୍ଥାବର ଅସ୍ଥାବର ସମ୍ପତ୍ତି ମଧ୍ୟରେ ରହିଛି ନୀଳାଦ୍ରିବିହାରରେ ୨ଟି ଦୁଇ ମହଲା ଘର, ଭୁବନେଶ୍ୱର ଭକ୍ତିବିହାର ଓ କଟକ କୋଡିଆବନ୍ଧରେ ୨ ଟି ଏକ ମହଲା ଘର। ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀରେ ରହିଛି ୧୪ ଟି ପ୍ଲଟ୍‌ । ଗୋଟିଏ କାର୍‌, ୨ ଟି ବାଇକ୍‌, ୫୬ ଲକ୍ଷ ଟଙ୍କାର ଜୀବନବୀମା, ଦେଢ଼ କେଜି ସୁନା। ଘରୁ ନଗଦ ୧୨ ଲକ୍ଷ ଟଙ୍କା ଓ ତାଙ୍କ ଶଳାଙ୍କ ଘରୁ ୧୩ ଲକ୍ଷ ନଗଦ ଟଙ୍କା ଜବତ କରିଛି ଭିଜିଲାନ୍ସ। ବ୍ୟାଙ୍କ୍‌ ଓ ଲକରରେ ଥିବା ସମ୍ପତ୍ତି ଆକଳନ କରିପାରିନି ଭିଜିଲାନ୍ସ।

ଗତ କିଛି ମାସ ତଳେ ଏସ୍‌ଏସ୍‌ସି ମାଧ୍ୟମରେ ଚାକିରି ବିଜ୍ଞାପନ ବାହାରିଥିଲା। ବିରଞ୍ଚି ନାରାୟଣ ସାହୁ ଓ ତାଙ୍କର କିଛି ଖାସ୍‌ ସହଯୋଗୀ ଲକ୍ଷ ଲକ୍ଷ ଟଙ୍କାରେ ଡିଲ୍‌ କରୁଥିଲେ। ହେଲେ ଭିଜିଲାନ୍ସ ଏମାନଙ୍କୁ ଧରିବା ପୂର୍ବରୁ ଖସି ଯାଇଥିଲେ। ସେବେଠାରୁ ଭିଜିଲାନ୍ସ ତାଙ୍କ ଉପରେ ନଜର ରଖିଥିଲା। ଶୁକ୍ରବାର ସକାଳେ ଭିଜିଲାନ୍ସ ଚଢ଼ାଉ କରିଥିଲା। ହେଲେ ଏତେ ଟଙ୍କା ଓ ସମ୍ପତ୍ତି କେଉଁଠୁ ଆସିଲା ସେ ନେଇ ତଦନ୍ତ ଜାରି ରହିଛି।

Leave A Reply

Your email address will not be published.