Odisha Link
Bridging the Missing Links in Odisha

କୋଟିପତି ପିଏସ୍‌ ବିରଞ୍ଚି ସାହୁ ନିଲମ୍ବିତ

ଭୁବନେଶ୍ବର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଥିବା କୁବେର ପିଏସ୍‌ ବିରଞ୍ଚି ନାରାୟଣ ସାହୁ ଚାକିରିରୁ ନିଲମ୍ବିତ। ଶିନବାର ଗିରଫ ହୋଇଥିବା ବିରଞ୍ଚିଙ୍କୁ ସୋମବାର ଓଏସ୍‌ଏସ୍‌ସି ଅଧ୍ୟକ୍ଷ ଚାକିରିରୁ ନିଲମ୍ବିତ କରିଛନ୍ତି। ଶୁକ୍ରବାର ୩ କୋଟିରୁ ଅଧିକ ମୂଲ୍ୟର ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ।

ଶୁକ୍ରବାର (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ୍‌ ତାଙ୍କ ଘର, ଅଫିସ୍‌ ଓ ସମ୍ପର୍କୀୟଙ୍କ ଘରକୁ ମିଶାଇ ମୋଟ୍‌ ୬ ଟି ଜାଗାରେ ଚଢ଼ଉ କରିଥିଲା ।

ଏହି ସମୟରେ ତାଙ୍କ ଘରୁ ୩ କୋଟି ୭୯ ଲକ୍ଷ ଟଙ୍କା ଟଙ୍କା ମୂଲ୍ୟର ସ୍ଥାବର-ଅସ୍ଥାବର ସମ୍ପତ୍ତି ଠାବ ହୋଇଥିଲା। ଏହା ଛଡ଼ା ସ୍ଥାବର ଅସ୍ଥାବର ସମ୍ପତ୍ତି ମଧ୍ୟରେ ରହିଛି ନୀଳାଦ୍ରିବିହାରରେ ୨ଟି ଦୁଇ ମହଲା ଘର, ଭୁବନେଶ୍ୱର ଭକ୍ତିବିହାର ଓ କଟକ କୋଡିଆବନ୍ଧରେ ୨ ଟି ଏକ ମହଲା ଘର। ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀରେ ରହିଛି ୧୪ ଟି ପ୍ଲଟ୍‌। ଗୋଟିଏ କାର୍‌, ୨ ଟି ବାଇକ୍‌, ୫୬ ଲକ୍ଷ ଟଙ୍କାର ଜୀବନବୀମା, ଦେଢ଼ କେଜି ସୁନା। ତା’ଛଡା ଶ୍ରୀ ସାହୁଙ୍କ ଘରୁ ନଗଦ ୧୨ ଲକ୍ଷ ଟଙ୍କା ଓ ତାଙ୍କ ଶଳାଙ୍କ ଘରୁ ୧୩ ଲକ୍ଷ ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ।

Leave A Reply

Your email address will not be published.