Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୧୨୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୧୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୫୭କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୭୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୫୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୨ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୬୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୩୫ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୬୩ଜଣ, ଯାଜପୁର ଜିଲ୍ଲାରୁ ୪୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୬ଜଣ ରହିଛନ୍ତି।

କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲାକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୪୮ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୭୬ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୦୮୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୪୩୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୦୩୮୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୨୨୩୯୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.