Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁସଂଖ୍ୟା, କରୋନା ନେଲା ଆଉ ୬୯ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା କମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୧୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୩, କଟକରୁ ୯, ପୁରୀରୁ ୭, କେନ୍ଦ୍ରାପଡାରୁ ୬, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ଅନୁଗୋଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି।

Leave A Reply

Your email address will not be published.