Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୩୧୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ ହାର କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୬୨କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୫୫୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ଜଣ, ଯାଜପୁର ଜିଲ୍ଲାରୁ ୮୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ ରହିଛନ୍ତି।

କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୩ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୨୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୮୭୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୨୦୮୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୨୮୯୧୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.