Odisha Link
Bridging the Missing Links in Odisha

ରାଜଧାନୀରେ ଡେଙ୍ଗୁ ଆତଙ୍କ: ଦିନକରେ ୫୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ ଆତଙ୍କ। ଦିନକୁ ଦିନ ନୂଆ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି। ଗତକାଲି ଗୋଟିଏ ଦିନରେ ଭୁବନେଶ୍ୱରରେ ୫୦ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧୪କୁ ବୃଦ୍ଧି ପାଇଛି।

ଡେଙ୍ଗୁ ପ୍ରକୋପକୁ ରୋକିବା ପାଇଁ ବିଏମ୍‌ସି ସଫେଇ ଓ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିଛି। ସାଧାରଣତଃ ଡେଙ୍ଗୁ ଗୋଟିଏ ନିର୍ଦ୍ଦିଷ୍ଟ ଅଞ୍ଚଳରେ ସୀମିତ ରୁହେ। କିନ୍ତୁ ଶୈଳଶ୍ରୀବିହାର ଓ ନିଳାଦ୍ରୀ ବିହାରକୁ ବାଦ୍‌ ଦେଇ ମଧ୍ୟ ଏକାଧିକ ସ୍ଥାନରୁ ବହୁ ସଂଖ୍ୟାରେ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି।

ବିଏମ୍‌ସି ପକ୍ଷରୁ ଡେଙ୍ଗୁ ଜ୍ୱର ପାଇଁ ଏକାଧିକ ସତର୍କ ସୂଚନା ଜାରି କରାଯାଇଛି। ଦିନକ ଭିତରେ ୬ ହଜାରରୁ ଅଧିକ ଘର ବୁଲି ୨୫ ହଜାର ୯ ଶହରୁ ଅଧିକ ଲୋକଙ୍କ ତଥ୍ୟ ସଂଗ୍ରହ କରାଯାଇଛି। ଜ୍ୱର ସହ ମୁଣ୍ଡ, ହାତ ବିନ୍ଧା, ଦେହରେ ଲାଲ ଦାଗ, ବାନ୍ତି ଓ ମୁଣ୍ଡ ବିନ୍ଧା ହେଉଛି ଡେଙ୍ଗୁର ଲକ୍ଷଣ। ତେଣୁ ଏପରି ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ କୁହାଯାଇଛି।

ଏହା ସହିତ ମଶା ବୃଦ୍ଧିର ଆଶଙ୍କା ଥିବା ପ୍ରାୟ ୩ ହଜାର ସ୍ଥାନରେ ସଫେଇ କରାଯାଇଛି । ୮୧୫ ସ୍ଥାନରେ ଏଡିସ୍ ମଶାର ଲାର୍ଭାକୁ ନଷ୍ଟ କରାଯାଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଘରେ ମଧ୍ୟ ସଫେଇ ପରି ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି। ଘରେ ପାଣି ରଖିଥିବା ପାତ୍ର, ଟାଙ୍କି ଓ କୁଲରକୁ ୨ରୁ ୩ ଦିନରେ ଥରେ ସଫା କରି ପାଣି ବଦଳାଇବାକୁ କୁହାଯାଇଛି।

Leave A Reply

Your email address will not be published.