Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁହାର: କରୋନା ନେଲା ଆଉ ୬୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ହେଲେ ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୩୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୦ଜଣ , ପୁରୀ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ଭଦ୍ରକ, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୨୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୮୭୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୨୦୮୮ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬୮ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.