Odisha Link
Bridging the Missing Links in Odisha

ଅଗଷ୍ଟ୯ରୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକମଣ କମୁଥିବାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ କ୍ଲାସ ରୁମ ପାଠ ପଢା ଆରମ୍ଭ ହୋଇଛି।। ତେବେ ଏହା ଭିତରେ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବାକୁ ନିିଷ୍ପତ୍ତି ନିଆଯାଇଛି। ଆସନ୍ତା ଅଗଷ୍ଟ ୯ ତାରିଖ ଦିନ ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବାକୁ ନିିଷ୍ପତ୍ତି ନିଆଯାଇଛି। କେବଳ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ।

କୋଭିଡ ଗାଇଡଲାଇନ ମଧ୍ୟରେ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବାକୁ ନିିଷ୍ପତ୍ତି ନିଆଯାଇଛି। ବୈଷୟିକ ଶିକ୍ଷାନୁଷ୍ଠାନ ସହ ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।