ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୩୪୨ ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୭୫କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୫୬୭ ଜଣ ଲୋକାଲ୍ କେସ୍ ରହିଛନ୍ତି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୦ଜଣ, ବାଲେଶ୍ୱର ଜିଲ୍ଲାରୁ ୫୯ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୪୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୬୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୭୮ଜଣ, ଯାଜପୁର ଜିଲ୍ଲାରୁ ୬୬ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୩ଜଣ ରହିଛନ୍ତି।
କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୭ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନାଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୫୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍ରୁ ୧୦୫ଜଣ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୩୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୫୧୬ଟି ଆକ୍ଟିଭ୍ କେସ୍ ଥିବା ବେଳେ ୯୬୩୭୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୩୫୫୨୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି।