Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁହାର: ରାଜ୍ୟରେ ଆଉ ୬୮ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୩୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୫୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୩୭୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୩୫୫୨୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.