Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୨୦୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୦୨ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୫୦୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫ଜଣ, ବାଲେଶ୍ୱର ଜିଲ୍ଲାରୁ ୬୩ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୬୦ଜଣ, ଯାଜପୁର ଜିଲ୍ଲାରୁ ୫୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ ରହିଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ୩୯୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନାଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୫୮ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୪୭୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୦୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୫୩୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୪୨୪୬୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.