Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁସଂଖ୍ୟା: କରୋନା ନେଲା ଆଉ ୬୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୦୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୧୯ ଜଣ, କଟକରୁ ୧୧ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬ ଜଣ, ଅନୁଗୋଳରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ବଲାଙ୍ଗୀର, ମୟୂରଭଞ୍ଜ ଓ ପୁରୀରୁ ୨ ଜଣେ ଲେଖାଏଁ, ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୪୭୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୩୦୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୫୩୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୪୨୪୬୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.