Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୦୯୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୩୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୦ଜଣ, ବାଲେଶ୍ୱର ଜିଲ୍ଲାରୁ ୭୭ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୨୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୯୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫୮ଜଣ, ଯାଜପୁର ଜିଲ୍ଲାରୁ ୬୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୬ଜଣ ରହିଛନ୍ତି।

କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୯ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନୟାଗଡ଼ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୪୮ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍‌ରୁ ୮୨ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୫୮୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୨୪୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୬୯୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୪୯୧୪୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.