Odisha Link
Bridging the Missing Links in Odisha

ରାଜ୍ୟରେ କରୋନା ନେଲା ଆଉ ୬୪ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୩୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୭ଜଣ, କଟକ ଜିଲ୍ଲାରୁ ୧୭ଜଣ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରୁ ୪ଜଣ ଲେଖାଏଁ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ରହିଛନ୍ତି। ଅନୁଗୁଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ନୟାଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୫୮୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୨୪୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୬୯୨୮ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୬୩୬୬ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.