Odisha Link
Bridging the Missing Links in Odisha

ଅଗଷ୍ଟ ୨୩ରୁ ଖୋଲିବ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ

ଭୁବନେଶ୍ବର: ରାଜଧାନୀବାସୀଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୨୩ ତାରିଖରୁ ଖୋଲିବ ଭୁବନେଶ୍ବରର ସମସ୍ତ ଧର୍ମାନୁଷ୍ଠାନ। ଏନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ସଞ୍ଜୟ ସିଂହ। ଆଜି ବିଏମସି ପକ୍ଷରୁ ସମସ୍ତ ଧର୍ମାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରାଯାଇଥିଲା।

ସୂଚନାଯୋଗ୍ୟ, କୋଭିଡ୍‌ ସଂକ୍ରମଣ ଯୋଗୁଁ ଦୀର୍ଘ ୩ ମାସ ହେଲା ବନ୍ଦ ରହିଛି ଧର୍ମାନୁଷ୍ଠାନ। ତେବେ ଅଗଷ୍ଟ ଗାଇଡ୍ ଲାଇନ୍ ରେ ସରକାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ଅନୁମତି ପ୍ରଦାନ କରିଥିଲେ । ସେହି କ୍ରମରେ ରାଜ୍ୟର ସମସ୍ତ ଧର୍ମାନୁଷ୍ଠାନ ଧିରେ ଧିରେ ଖୋଲିବାକୁ ଲାଗିଛି ।

ଏହି ଅନୁସାରେ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି । ତେବେ ଆସନ୍ତା ୨୩ ତାରିଖରେ ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ଭକ୍ତଙ୍କ ପାଇଁ ଧର୍ମାନୁଷ୍ଠାନ ଖୋଲିବା ଲାଗି ବିଭିନ୍ନ ଧର୍ମାନୁଷ୍ଠାନର କର୍ମକର୍ତ୍ତାମାନେ ବିଏମସିକୁ ପ୍ରସ୍ତାବ ଦେଇଥିଲେ।

Leave A Reply

Your email address will not be published.