Odisha Link
Bridging the Missing Links in Odisha

ପ୍ରଶାସନିକ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ସୋମବାର ରାଜ୍ୟ ସରକାର ପ୍ରଶାସନିକ ସ୍ତରରେ କରିଛନ୍ତି ଅଦଳବଦଳ। ୨ ଜିଲ୍ଲାପାଳଙ୍କ ସମେତ ୫ ଜଣ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର।

ଭଦ୍ରକ ଓ ଢେଙ୍କାନାଳର ଜିଲ୍ଲାପାଳଙ୍କୁ ବଦଳି କରି ସେଠାରେ ପୁନଶ୍ଚ ୨ଜଣ ଓଏଏସ୍‌ ଅଫିସରଙ୍କୁ ଜିଲ୍ଲାପାଳ ଭାବେ ନିଯୁକ୍ତ କରିଛନ୍ତି। ରାଜ୍ୟସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଂଚାୟତିରାଜ ବିଭାଗର ନିର୍ଦ୍ଦେଶକ ଓ ଢେଙ୍କାନାଳ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।

ସେହିପରି ଓଡ଼ିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ତଥା ବରିଷ୍ଠ ଓଏଏସ୍ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଏବଂ ଆୟୁଷ ନିର୍ଦ୍ଦେଶକ ତଥା ବରିଷ୍ଠ ଓଏଏସ୍ ତ୍ରିଲୋଚନ ମାଝୀଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ପଂଚାୟତିରାଜ ବିଭାଗର ନିର୍ଦ୍ଦେଶକ ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି।

Leave A Reply

Your email address will not be published.