Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୦୭୮ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୨୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୫୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୪୫ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୪୭ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ ରହିଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ୩୭୨ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜମ, ମୟୁରଭଞ୍ଜ ଜିଲ୍ଲାରୁ ୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨୬ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୪୮ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ୍‌ ପୁଲ୍‌ରୁ ୮୩ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୦୦୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦୬୮୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୨୭୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୭୫୨୪୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.