Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁସଂଖ୍ୟା, କରୋନା ନେଲା ଆଉ ୬୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୮ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୩୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଛନ୍ତି। ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, କଳାହାଣ୍ଡି. ଯାଜପୁର, ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୦୦୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦୬୮୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୨୭୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୭୫୨୪୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.