Odisha Link
Bridging the Missing Links in Odisha

କଳିଙ୍ଗ ଷ୍ଟାଡିୟମରେ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ୪ ଓଡ଼ିଆ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧନା। କଳିଙ୍ଗ ଷ୍ଟାଡିୟମରେ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜୟୀ ଅମିତ୍ ରୋହିତ ଦାସ ଓ ବୀରେନ୍ଦ୍ର ଲାକ୍ରାଙ୍କ ସହିତ ମହିଳା ହକି ଦଳର ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଗତକାଲି ଟୋକିଓ ଅଲିମ୍ପିକ୍ସରେ ଅଂଶ ଗ୍ରହଣ କରିଥିବା ଓଡ଼ିଆ ହକି ଖେଳାଳି ସ୍ୱଦେଶ ଫେରିଛନ୍ତି। ଖେଳାଳିଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତରାଷ୍ଟ୍ରୀୟ ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ବିମାନ ବନ୍ଦରରେ ରାଜ୍ୟ କ୍ରୀଡା ମନ୍ତ୍ରୀ ଓ କ୍ରୀଡା ସଚିବ ସମସ୍ତ ଖେଳାଳିଙ୍କୁ ସ୍ୱାଗତ କରିଥିଲେ। ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲୀପ ତିର୍କୀ ମଧ୍ୟ ଖେଳାଳିଙ୍କୁ ସ୍ୱାଗତ ଜଣାଇଥିଲେ।