Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୧୦୭ ନୂଆ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୪୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲରାୁ ୬୬ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୩୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୩୦ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ଜଣ, ଯାଜପୁର ଜିଲ୍ଲାରୁ ୫୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୨ଜଣ ରହିଛନ୍ତି।

କେନ୍ଦୁଝର ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍‌ରୁ ୮୨ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୧୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୩୫୭୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୮୧୭୨୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.