Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁସଂଖ୍ୟା: କରୋନା ନେଲା ଆଉ ୬୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୭ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୫ଜଣ ରହିଛନ୍ତି। କେନ୍ଦ୍ରାପଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସୋନପୁର, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ବାଲେଶ୍ୱର, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୧୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୩୫୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୮୧୭୨୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.