Odisha Link
Bridging the Missing Links in Odisha

ପ୍ରବଳ ବର୍ଷା ଆଶଙ୍କା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ୫ଟି ଜିଲ୍ଲା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନବରଙ୍ଗପୁର ଓ କୋରାପୁଟ ଆଦି ଜିଲ୍ଲା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ଗଜପତି, କଟକ, ଖୋର୍ଧା ଓ ରାୟଗଡ଼ା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.