Odisha Link
Bridging the Missing Links in Odisha

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: କରୋନାର ତୃତୀୟ ଲହରକୁ ନେଇ ଚିନ୍ତା ବଢୁଥିବା ବେଳେ ଏହାର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ଜୋରଦାର ପ୍ରସ୍ତୁତି କରିଛି। ଅନ୍ୟ ରାଜ୍ୟରେ ସଂକ୍ରମଣ ବଢ଼ିଲାଣି। ସବୁବେଳେ ଆମକୁ ସତର୍କ ରହିବାକୁ ପଡ଼ିବ। ସାବଧାନ ରହିବାକୁ ପଡ଼ିବ। ନିୟମ ମାନନ୍ତୁ ତାହେଲେ ଆମେ କରୋନାକୁ ନିୟନ୍ତ୍ରଣ କରିପାରିବା ବୋଲି  ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର କହିଛନ୍ତି

ତୃତୀୟ ଲହର ପାଇଁ ପ୍ରସ୍ତୁତ ଅଛୁ। ସରକାରଙ୍କ ଗାଇଡ଼ଲାଇନ ଅନୁସାରେ ପେଡ଼ିଆଟ୍ରିକ ବେଡ଼ ସଂଖ୍ୟା ବଢିବା ନେଇ ପ୍ରସ୍ତୁତି ଚାଲିଛି । ଆବଶ୍ୟକୀୟ ଉପକରଣ, ଅକ୍ସିଜେନ, ଭିତ୍ତିଭୂମି ପ୍ରସ୍ତୁତ ରହିଛି । ଅକ୍ସିଜେନ ପ୍ଲାଣ୍ଟର ବ୍ୟବସ୍ଥା ମଧ୍ୟ କରାଯାଉଛି। ଶିଶୁମାନେ ଅଧିକ ଆକ୍ରାନ୍ତ ହେବାର ସମ୍ଭାବନା ରହିଛି, ସେଥିପାଇଁ ଆବଶ୍ୟକ ଟ୍ରେନିଂ ଦିଆଯାଉଛି। ଉପରୁ ତଳସ୍ତର ଯାଏ ଡାକ୍ତର,ସ୍ୱାସ୍ଥ୍ୟ କର୍ମୀ ସମସ୍ତଙ୍କୁ ଟ୍ରେନିଂ ଦିଆଯାଉଛି ବୋଲି  ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର କହିଛନ୍ତି

Leave A Reply

Your email address will not be published.