Odisha Link
Bridging the Missing Links in Odisha

ଦିନକରେ ୧୧୯୩ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ଅନ୍ୟପଟେ ଉପର ତଳ ହେବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା।ଏସବୁ ମଧ୍ୟରେ ଆଜି ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧୧୯୩ ଆକ୍ରାନ୍ତ। ଏଥିମଧ୍ୟରୁ ୬୯୫ ଜଣ କ୍ବାରାଣ୍ଟିନ୍‌ ଚିହ୍ନଟ ହୋଇଥିବା ବେଳେ ୪୯୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୧ ହଜାର ୧୮୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୯ ଜଣ, ବାଲେଶ୍ୱର ଜିଲ୍ଲାରୁ ୬୯ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୬୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୧ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫୬ଜଣ, ଯାଜପୁର ଜିଲ୍ଲାରୁ ୫୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩୯ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୯୬ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୨ ହଜାର ୩୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦ ହଜାର ୮୦୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୭୪ ହଜାର ୭୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.