Odisha Link
Bridging the Missing Links in Odisha

ଶନିବାର ପ୍ରକାଶ ପାଇବ +୨ କଳା ପରୀକ୍ଷା ଫଳ

ଭୁବନେଶ୍ବର: କରୋନା କାଳରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ। ଅଗଷ୍ଟ ୧୪ ତାରିଖରେ ଅର୍ଥାତ୍‌ ଶନିବାର ଦିନ ପ୍ରକାଶ ପାଇବ ରେଜଲ୍ଟ। ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, କଳା ଓ ଧନ୍ଦାମୂଳକ ବିଭାଗରେ ରାଜ୍ୟର ମୋଟ ୨ ଲକ୍ଷ ୨୧ ହଜାର ୮୬୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଏହାପୂର୍ବରୁ ଜୁଲାଇ ୩୧ ତାରିଖରେ ପ୍ରକାଶ ପାଇଥିଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ। ବିଜ୍ଞାନରେ ଚଳିତବର୍ଷ ୯୫.୧୫ ପ୍ରତିଶତ ରେଜଲ୍ଟ ହୋଇଛି। ସେହିପରି ବାଣିଜ୍ୟରେ ମଧ୍ୟ ୯୪.୯୩ ପ୍ରତିଶତ ହୋଇଥିଲା।

chseodisha.nic.in ଏବଂ orissaresults.nicରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। କରୋନା ପାଇଁ ଏଥର ପରୀକ୍ଷା ହୋଇନଥିବା ବେଳେ ପୂର୍ବ ପରୀକ୍ଷା ଆଧାରରେ ପରୀକ୍ଷା ଫଳ ଘୋଷଣା କରାଯିବ। ସେପଟେ ପରୀକ୍ଷା ଫଳରେ ସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀମାନେ ଅଫଲାଇନରେ ପରୀକ୍ଷା ଦେଇପାରିବେ।