Odisha Link
Bridging the Missing Links in Odisha

ବର୍ଷା ଆଶଙ୍କା, ୯ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର ଓ ଦେବଗଡ଼ ରହିଛି। ଏଥିସହ ୧୪ରୁ ୧୮ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ କାଳବୈଶାଖୀ ସମ୍ଭାବନା ରହିଛି।

Leave A Reply

Your email address will not be published.