Odisha Link
Bridging the Missing Links in Odisha

ରାଜ୍ୟରେ ଆଉ ୧୧୩୨ ପଜିିଟିଭ ଚିହ୍ନଟ

ଭୁବନେଶ୍ବର: ଜୁଲାଇ ପରେ ଅଗଷ୍ଟବି ଆଣୁଛି ଆଶ୍ବସ୍ତିକର ଖବର। ରାଜ୍ୟରେ ପୂର୍ବଅପେକ୍ଷା କରୋନା ମାମଲା ଧିରେ ଧିରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୧୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୯୩,୫୦୭ରେ ପହଞ୍ଚିଛି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୫୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୭୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୦ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୯୭ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୨୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୦ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ଜଣ, ଷ୍ଟେଟ ପୁଲ୍‌ରୁ ୯୪ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯,୯୩,୫୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦,୬୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯,୭୫,୯୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.