Odisha Link
Bridging the Missing Links in Odisha

କରୋନା: ଚାଲିଗଲା ଆଉ ୬୬ ଜୀବନ

ଭୁବନେଶ୍ବର: ରାଜ୍ୟରେ ପୂର୍ବଅପେକ୍ଷା କରୋନା ମାମଲା ଧିରେ ଧିରେ କମିବାରେ ଲାଗିଛି। ଅନ୍ୟପଟେ ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୯୩,୫୦୭ରେ ପହଞ୍ଚିଛି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୫୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୭୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯,୯୩,୫୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦,୬୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯,୭୫,୯୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.