Odisha Link
Bridging the Missing Links in Odisha

ପ୍ରବଳ ବର୍ଷା ଆଶଙ୍କା, ସତର୍କ ସୂଚନା ଜାରି କଲେ ଏସଆରସି

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ୧୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ନଜରରେ ରଖି ଏସଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖାଯାଇଛି।

ଏସଆରସି ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ୟେଲୋ ଓ୍ଵାର୍ଣ୍ଣିଂ ଥିବା ଜିଲ୍ଲା ଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ସେହିପରି ସହରାଂଚଳରେ ତଳିଆ ସ୍ଥାନରେ ପାଣି ଭର୍ତ୍ତି ହୋଇ ବିପରୀତ ପରିସ୍ଥିତି ସୃଷ୍ଟି କରିପାରେ। ତେଣୁ ୨୪ ଘଣ୍ଟିଆ କଂଟ୍ରୋଲ ରୁମ ଖୋଲିବାକୁ ନିର୍ଦେଶ ହୋଇଛି। ବର୍ଷା ପ୍ରଭାବରେ ସମୁଦ୍ରରେ ପବନର ବେଗ ଘଣ୍ଟା ପିଛା ୪୫ କିଲୋମିଟର ରହିପାରେ। ତେଣୁ ୧୭ ତାରିଖ ଠାରୁ ମାଛ ଧରିବାକୁ ସମୁଦ୍ର ଭିତରକୁ ଯିବାକୁ ମନା ହୋଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଊର୍ଧ୍ଵ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୫ରୁ ୧୬ ତାରିଖ ମଧ୍ୟରେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.